Latest News

ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

Oct 07, 2023
Odishakhabar:

 

ଚଳିତ ବର୍ଷ ର ଅନୁଦାନ ୩୫୧ କୋଟି ଟଙ୍କାକୁ ବୃଦ୍ଧି

ଭୁବନେଶ୍, 7 ଅକ୍ଟୋବର  - ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶନିବାର ସ୍ତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ । ଚଳିତ ବର୍ଷର ସ୍ାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା ସହିତ ଏହି ଅତିରିକ୍ତ ଅନୁଦାନ ମିଳିବ । ଆଜି ସ୍ତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷମାନଙ୍କ ସହ ଆଲୋଚନା ସମୟରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଏହି ସୂଚନା ଦେଇଛନ୍ତି । ଏହା ଦ୍ାରା ସ୍ତନ୍ତ୍ର ଉନ୍ନୟନ ପରିଷଦକୁ ଚଳିତ ବର୍ଷ ସମୁଦାୟ ୩୫୧ କୋଟି ଟଙ୍କାର ଅନୁଦାନ ମିଳବ । ଏହି ଘୋଷଣା ଦ୍ାରା ଆଭାଷୀ ମାଧ୍ୟମରେ ଉପସ୍ଥିତ ଥିବା ୯ଟି ଜିଲ୍ଲା ପରିଷଦର ଅଧ୍ୟକ୍ଷ ଓ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା ।

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୯ଟି ଜିଲ୍ଲା ଯଥା- କୋରାପୁଟ, ମାଲକାନଗିରି, ଗଜପତି, ମୟୂରଭଞ୍ଜ, ରାୟଗଡା, କେନ୍ଦୁଝର, କନ୍ଧମାଳ,ସୁନ୍ଦରଗଡ ଓ ନବରଙ୍ଗପୁର ପାଇଁ ସ୍ତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି ।

 

Related Post